କୃଷି ରକ୍ଷକ ପୋର୍ଟାଲରେ ଚାଷୀ ଜଣାଇବେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ସୂଚନା

ଭୁବନେଶ୍ୱର:କୃଷି ରକ୍ଷକ ପୋର୍ଟାଲରେ ଚାଷୀ ଜଣାଇବେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ସୂଚନା । ଏଥିପାଇଁ ରାଜ୍ୟ ସରକାର କୃଷି ରକ୍ଷକ ପୋର୍ଟାଲ ବ୍ୟବସ୍ଥା କରିଛନ୍ତି।ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟକ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବ। ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
ଏହା ସହିତ ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭ କୁ କଲ୍ କରି ଜଣାଇବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।