thelifelinemedia
Latest Odisha News, Breaking News Today

ସୁଭଦ୍ରା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସୁଭଦ୍ରା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ।ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା।

ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି ତେଣୁ ଯାହାର ୫ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର ୩୦ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

Leave A Reply

Your email address will not be published.