thelifelinemedia
Latest Odisha News, Breaking News Today

ବିକଶିତ ଭାରତ ଅଭିମୁଖେ ଭାରତୀୟ: ଜୟଶଙ୍କର

ଭୁବନେଶ୍ୱର:ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେଇ ବିକଶିତ ଭାରତ ଅଭିମୁଖେ ଭାରତୀୟ ବୋଲି ମତ ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ। କହିଥିଲେ ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ।ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଆମେ ବିକଶିତ ଭାରତ ଅଭିମୁଖେ।କୋଭିଡ ସମୟରେ ଭାରତ ନିଜସ୍ବ ଟିକା ତିଆରି କରିଥିଲା।ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା ବୋଲି ଜୟ ଶଙ୍କର କହିଛନ୍ତି।

ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଶୁଭାରମ୍ଭ ହୋଇଛି । ଏହାକୁ ନେଇ ରାଜଧାନୀରେ ଉତ୍ସବର ମାହୋଲ ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

Leave A Reply

Your email address will not be published.