thelifelinemedia
Latest Odisha News, Breaking News Today

ପ୍ରବଳ ବର୍ଷା, ଓଡିଶାକୁ ରେଡ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ କଳାହାଣ୍ଡି ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଏବଂ କ୍ଷେତ୍ର କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ ।

ସେମାନଙ୍କୁ ତୁରନ୍ତ ସେମାନଙ୍କ ମୁଖ୍ୟାଳୟକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଜିଲ୍ଲାପାଳଙ୍କ ଅନୁମତି ବିନା ୨୮ ତାରିଖ ପର୍ଯ୍ୟନ୍ତ ସେମାନଙ୍କ ମୁଖ୍ୟାଳୟ ଛାଡି ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ।

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave A Reply

Your email address will not be published.