thelifelinemedia
Latest Odisha News, Breaking News Today

ପୁଣି ଏକ ଲଘୁଚାପ, ୩୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ ।

ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି ।

ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧ରୁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଏପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି  ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି ।

ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ।

Leave A Reply

Your email address will not be published.