ସତର୍କ ରୁହ ୧୪ ଜିଲ୍ଲା ! ଆଗାମୀ ୩ ଘଣ୍ଟା ଭିତରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଭଦ୍ରକ, ନୟାଗଡ଼, କଟକ ଓ ଖୋର୍ଦ୍ଧା ।
ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।