thelifelinemedia
Latest Odisha News, Breaking News Today

ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି । ଶ୍ରୀ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ । ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ବେଶ ଦର୍ଶନ କରି ସାନ୍ନିଧ୍ୟ ଲାଭ କରିଛନ୍ତି । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ ହୋଇଛି । ସେପଟେ ଶ୍ରୀକ୍ଷେତ୍ରରେ କିଛି ମହିଳା ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି ।

ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି । ସକାଳେ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ଅନ୍ୟାନ୍ୟ ନୀତି କରାଯାଇଥିଲା । ଶ୍ରୀ ରାଇଦାମୋଦର ବେଶ ସହ ବାଳଧୂପ ନୀତି ବଢ଼ିଥିଲା । ମହାପ୍ରଭୁ ଆଜିଠାରୁ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

କାର୍ତ୍ତିକ ବ୍ରତ କରିଥିବା ବ୍ରତଧାରୀ ଏହି ବେଶ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରୁଛନ୍ତି । କାର୍ତ୍ତିକ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବାଳଭୋଗ ଲାଗି ହେବାର ପରମ୍ପରା ରହିଛି । ସେପଟେ ଆଜି ଶ୍ରୀମନ୍ଦିର ସେବାୟତ ଓ ପୁରୀର ମହିଳା ମାନେ ସଙ୍କଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.