thelifelinemedia
Latest Odisha News, Breaking News Today

ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ପୁଣି ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ପୁଣି ରାଜ୍ୟରେ ବର୍ଷାର ବିସ୍ତୃତି ବୃଦ୍ଧି ପାଇବ।

ସେପଟେ ଏବେବି ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି ଅବପାତ। ଏହା ଧିରେ ଧିରେ ଛତିଶଗଡ ମୁହାଁ ହୋଇଛି। ଏହାର ପ୍ରଭାବରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିଛି।

୧୨ ଘଣ୍ଟା ମଧ୍ୟରେ ଝାରସଗୁଡ଼ା ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି କହିଛି ଆଞ୍ଚଳିକ ପାଣଇପାଗ କେନ୍ଦ୍ର।

ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.