କଟକରେ ସ୍ଥିତି ଅସମ୍ଭାଳ, ଇଣ୍ଟରନେଟ ବନ୍ଦ
କଟକ:କଟକରେ ସୋସିଆଲ୍ ମିଡିଆ ବନ୍ଦ କରାଯାଇଛି। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ଜାରି କରାଯାଇଅଛି।ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍, ସ୍ନାପ୍ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ ହୋଇଛି। ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, କଟକରେ ଭସାଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ଉଭୟ ଗୋଷ୍ଠୀ ଲୋକ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି । ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି।