ଗାଏବ ହୋଇଛି ମୌସୁମୀ ବର୍ଷା

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ଫଳରେ ମୌସୁମୀ ବର୍ଷାର ଦେଖା ନାହିଁ। ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍ସିୟସ୍ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।