ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି
ଭୁବନେଶ୍ଵର: ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି ମୋହନ ସରକାର।ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ହୋଇଛି।ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା।ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ।ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ସେହିପରି ପେନ୍ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି ହୋଇଛି । ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ମିଳିବ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।