thelifelinemedia
Latest Odisha News, Breaking News Today

୨୧ରେ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର​‌ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ସେପଟେ ଲଘୁଚାପ ଓ ଅବପାତ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ବର୍ତ୍ତମାନ୍ ସୁଦ୍ଧା କେବଳ ୨୧ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଏବଂ ୨୩ ସୁଦ୍ଧା ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହା କ୍ରମଶଃ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଓଡିଶା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇନି। ୨୧ ତାରିଖ ପୂର୍ବରୁ ମତ୍ସ୍ୟଜୀବୀମାନେ କୂଳକୁ ଫେରିଆସିବା ଲାଗି କୁହାଯାଇଛି ।

Leave A Reply

Your email address will not be published.