ରାତି ୯ଟା ପରେ ବାଣଫୁଟା ବନ୍ଦ
ଭୁବନେଶ୍ୱର: ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି।
ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି। ତେବେ ଦୀପାବଳିରେ ଭୁବନେଶ୍ଵରରେ ରାତି ୯ଟା ପରେ ବାଣଫୁଟାକୁ ବାରଣ କରାଯାଇଛି। ଏ ନେଇ କଡା ନିର୍ଦେଶ ଦେଇଛନ୍ତି ଭୁବନେଶ୍ଵର ଡିସିପି ଜଗମୋହନ ମୀନା।
ସେ କହିଛନ୍ତି ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସବୁଜ ବାଣ ଫୁଟାଇବାକୁ ପୁଲିସ୍ ଜନସାଧାରଣଙ୍କୁ ଅନୁରୋଧ କରିଛି। ଏବଂ ମଦ ପିଇ ଯଦି କେହି ଗାଡି ଚଳାଉଛି ତେବେ ଉକ୍ତ ଚାଳକକୁ ଅଟକ ରଖାଯିବା ସ୬ହ ଗାଡିକୁ ଜବତ କରି ପିସିଆର୍ ଭ୍ୟାନ୍ ନେଇଯିବ।
ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦେଶ ରହିଛି। ବେଆଇନ୍ ଭାବେ ବାଣ ବିକ୍ରି କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି।