ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୨୩ ଅକ୍ଟୋବର ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ଦୀପାବଳି ପରେ ବର୍ଷାରେ ଭିଜିପାରେ ଓଡିଶା । ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ମଡେଲ ସୂଚିତ କରୁଛି । ଯାହା ଅଧିକ ତୀବ୍ରତର ହୋଇ ଓ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ ।