thelifelinemedia
Latest Odisha News, Breaking News Today

ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ବ୍ୟତୀତ ରାଜ୍ୟର ୨୮ଟି ଜିଲ୍ଲାରେ ୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହିତ ୪୮,୬୯୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବାବଦରେ ୪୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.