thelifelinemedia
Latest Odisha News, Breaking News Today

୨୭ ସକାଳେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର: ଆଗାମୀ ୨୫ ତାରିଖରେ ଅବପାତର ରୂପ ନେବ ଲଘୁଚାପ। ଆସନ୍ତାକାଲି ସୁଦୃଶ୍ୟ ଲଘୁଚାପର ରୂପ ନେବ। ୨୬ ତାରିଖ ବେଳକୁ ଗଭୀର ଅଭପାତର ରୂପ ନେବ। ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ।

ଏବେ ଲଘୁଚାପ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି। ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ବଳ ଗୋଟାଉଛି। ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ ।

୨୭ରୁ ୨୯ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କିନ୍ତୁ ପବନର ଆଶଙ୍କା କମ୍ ଥିବା କୁହାଯାଉଛି। ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ।

Leave A Reply

Your email address will not be published.