thelifelinemedia
Latest Odisha News, Breaking News Today

ବାତ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭୁବନେଶ୍ଵର: ବାତ୍ୟାରେ ଜିରୋ କାଜୁଆଲିଟି ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା ଦେଇଛନ୍ତି। କହିଛନ୍ତି, ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି।

ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି।ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ।ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ‘୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି।ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ।

ସେହିପରି ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍‌ ନିଆଯାଇଛି।
ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି।
ଦକ୍ଷଣି ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି’
ବୋଲି ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.