thelifelinemedia
Latest Odisha News, Breaking News Today

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛଅ ଜିଲ୍ଲାର ମିଶନ ଶକ୍ତି ମାଆ

ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇଁ ଆମେ ଗର୍ବିତ । ମୁଖ୍ୟମନ୍ତ୍ରୀ ଆମ ଉପରେ ଭରସା କରି ଆମକୁ ଏ ମହାନ ସୁଯୋଗ ଦେଇଥିବାରୁ ଆମେ ତାଙ୍କ ନିକଟରେ କୃତଜ୍ଞ । ଆଜି ନବୀନ ନିବାସରେ ୬ଟି ଜିଲ୍ଲାର ମିଶନ ଶକ୍ତିର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏହା କହିଛନ୍ତି।

ସଂଧ୍ୟାରେ ନବୀନ ନିବାସଠାରେ ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଉପରେ ମୋର ପୂରା ଭରସା ରହିଛି। ଆପଣମାନଙ୍କ ଭିତରେ ବହୁତ କିଛି କରିବାର ସାମର୍ଥ ରହିଛି । ବହୁତ କମ୍ ସମୟ ପାଇ ମଧ୍ୟ ଆପଣମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି କରି ରାଜ୍ୟ ପାଇଁ ଗୌରବ ଆଣିପାରିଛନ୍ତି। ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ।

Leave A Reply

Your email address will not be published.