ପରଲୋକରେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ: ଆରପାରିରେ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର । ମୁମ୍ବାଇର ଏକ ଘରୋଇ ହସ୍ପିଟାରେ ଆଖିବୁଜିଛନ୍ତି ଧର୍ମେନ୍ଦ୍ର । ୮୯ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।
ବଲିଉଡର ହି-ମ୍ୟାନ୍ ଭାବରେ ଜଣାଶୁଣା ଧର୍ମେନ୍ଦ୍ରଙ୍କର ୮୯ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଅଭିନେତାଙ୍କ ଦଳ ତାଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି ।
ଏହି ଖବର ପୂରା ସିନେ ଜଗତରେ ଶୋକର ଛାୟା ଖେଳାଇଦେଇଛି । ଶ୍ୱାସକ୍ରିୟାରେ ଅସୁବିଧା ହେତୁ ତାଙ୍କୁ ସୋମବାର ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।