ହାଇଆଲର୍ଟରେ ଓଡିଶା
ଭୁବନେଶ୍ୱର: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ଓଡିଶା । ଭୁବନେଶ୍ବର, କଟକ, ପୁରୀ, କୋଣାର୍କ, ନୂଆପଡା, ବ୍ରହ୍ମପୁର, ସମ୍ବଲପୁର, ଜଗତସିଂହପୁର ସମେତ ବିଭିନ୍ନ ଜିଲ୍ଲାରେ ପୁଲିସ ହାଇଆର୍ଲଟରେ ରହିଛି ।
ରେଳ ଷ୍ଟେସନ, ବସଷ୍ଟାଣ୍ଡ, ବଡ଼ ବଡ଼ ହୋଟେଲ, ପର୍ଯ୍ୟଟନ ସ୍ଥଳୀ ଏବଂ ସର୍ବସାଧାରଣ ସ୍ଥାନରେ ହାଇ ଆର୍ଲଟ ଜାରି ହୋଇଛି । ରେଳ ଷ୍ଟେସନରେ ଯାତ୍ରୀଙ୍କୁ ଯାଂଚ କରି ଛଡାଯାଉଛି । ଏ ନେଇ ସୂଚନା ଦେଇଛନ୍ତି ଡିଜିପି ୱାବି ଖୁରାନିଆ ।
ବାଲିଯାତ୍ରାରେ ହଜାର ହଜାର ଲୋକେ ସାମିଲ ହୋଇଥିବାରୁ ସେଠାକୁ ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି ଡିଜିପି । ପୁରୀରେ ବି ହାଇଆଲର୍ଟ ଜାରି ହୋଇଛି ।
ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି । ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲୱେ ଷ୍ଟେସନ, ବସ୍ଷ୍ଟାଣ୍ଡରେ ସୁରକ୍ଷାକୁ ବଢାଯାଇଛି । ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।