ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୯ ଟାସ୍କ
ଭୁବନେଶ୍ୱର: ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀ ୯ଟି ଟାସ୍କ ଦେଇଛନ୍ତି। ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୋହନ ମାଝୀ। କହିଲେ ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବନି। ଅଧିକ ଫିଲ୍ଡ ଭିଜିଟ୍ କରିବାକୁ ଦେଲେ ପରାମର୍ଶ ଦେଇଛନ୍ତି।ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ବ।ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କର ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ସରକାରୀ ଵିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ନିର୍ଦ୍ଦେଶ।ସୋସିଆଲ୍ ମିଡିଆ ଜରିଆରେ ସରକାରୀ ସୂଚନା ବ୍ୟାପକ କରନ୍ତୁ। ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ବଦଳାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ
କହିଛନ୍ତି।