thelifelinemedia
Latest Odisha News, Breaking News Today

ଇତିହାସ ରଚିଲା ଓଡ଼ିଶା ବିଧାନସଭା:ଗୃହକୁ ସମ୍ବୋଧିତ କଲେ ରାଷ୍ଟ୍ରପତି 

ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର ବୋଲି ରାଷ୍ଟ୍ରପତି କହିଛନ୍ତି

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଦେଖିଲା ଗୌରବମୟ ଇତିହାସ।ଦେଶର ପ୍ରଥମ ନାଗରିକ ଓଡିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। କହିଛନ୍ତି, ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ। ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି। କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ନିଶ୍ଚିତ ନିଆରା। ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର ବୋଲି ରାଷ୍ଟ୍ରପତି କହିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ଏଠି ପହଞ୍ଚି ପାରି ନ ଥାନ୍ତି । ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି। ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି।ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି।ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଆବିଭୂତ ।ଏହି କଳିଙ୍ଗ ଚଣ୍ଡାଶୋକ ଅଶୋକଙ୍କୁ ଧର୍ମାଶୋକ କରିଛି ବୋଲି ରାଷ୍ଟ୍ରପତି କହିଛନ୍ତି ।

Leave A Reply

Your email address will not be published.