thelifelinemedia
Latest Odisha News, Breaking News Today

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ

କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ୱର: ମହାନଦୀ ଜଳ ବିବାଦ ପାଇଁ ଆଉ ପାଦେ ଆଗକୁ ବଢ଼ିଲେ ରାଜ୍ୟ ସରକାର। ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି।ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ହୋଇଛି।

ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ । କମିଟିରେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ସମ୍ପଦ ସ୍ବାଇଁ ଅଛନ୍ତି। ସେହିପରି ସରୋଜ ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର ଓ ସୋଫିଆ ଫିର୍ଦୋସ ସଦସ୍ୟ ଭାବରେ ଏହି ଉଚ୍ଚ ସ୍ତରୀୟ କମିଟିରେ ଅଛନ୍ତି। ଏମାନେ ମହାନଦୀ ଜଳ ବିବାଦ ସମାଧାନକୁ ନେଇ ବିଭିନ୍ନ ବୈଠକରେ ହେଉଥିବା ଆଲୋଚନା ଉପରେ ବିଚାର ବିମର୍ଶ କରିବେ।

Leave A Reply

Your email address will not be published.