ମୋକିମଙ୍କ ଉପରେ ଆକ୍ସନ:ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ,ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ
ରାଜନୀତି ଜାରି ରଖିବି କହିଲେ ମହମ୍ମଦ ମୋକିମ୍।ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ
ଭୁବନେଶ୍ଵର: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ତାଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି ।ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବକୁ ନେଇ ସେ ପ୍ରଶ୍ନ ଉଠାଇଥିଲେ ।
ଅନ୍ୟପଟେ ଏହି କାର୍ଯ୍ୟନୁଷ୍ଠାନ ଘଟଣାରେ ମୁହଁ ଖୋଲିଛନ୍ତି ମହମ୍ମଦ ମୋକିମ। କହିଛନ୍ତି, ରାଜନୀତି ଜାରି ରହିବ। ରାଜନୀତି ଜାରି ରଖିବି କହିଲେ ମହମ୍ମଦ ମୋକିମ୍।ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ, ଏଥିରେ ବିରାମ ନାହିଁ। ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନେବି। ଶେଷ ନିଶ୍ବାସ ଯାଏଁ କଟକ ଓ ଓଡ଼ିଶାବାସୀଙ୍କ ପାଇଁ କାମ କରିବି ବୋଲି ପୁର୍ବତନ ବିଧାୟକ ମୋକିମ କହିଛନ୍ତି।