thelifelinemedia
Latest Odisha News, Breaking News Today

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ପୁନର୍ବିଚାର ପାଇଁ ବିଜେଡିର ନିବେଦନ, ପୂର୍ବରୁ ନବୀନ ବର୍ଦ୍ଧିତ ଦରମା ନ ନେବା ପାଇଁ ଲେଖିଥିଲେ ଚିଠି

ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନେଇଛି ଦଳ। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଏ ନେଇ ସୂଚନା ଦେଇଛନ୍ତି। ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ୍ ପାରିତ ହୋଇଥଲା। ଜନ ଅସନ୍ତେଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ ବୋଲି ଦଳ କହିଛି। ପୂର୍ବରୁ ବର୍ଦ୍ଧିତ ଦରମା ନେବାକୁ ମନା କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ।

ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା ଓ ପେନସନ ବୃଦ୍ଧିକୁ ନେଇ ବିଲ ପାରିତ ହୋଇଥିଲା । କିନ୍ତୁ ଓଡ଼ିଶାବାସୀ ଏହାକୁ ବିରୋଧ କରୁଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ।

Leave A Reply

Your email address will not be published.