thelifelinemedia
Latest Odisha News, Breaking News Today

ଲଘୁଚାପ ସକ୍ରିୟ, ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସଂପ୍ରତି ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବ୍ୟାପିଛି। ଏହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛିି। ଆହୁରି ଅଧିକ ଘନୀଭୂତ ହେବା ସହ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦିଗରେ ଗତିକରିବ। ଏହାର ପ୍ରଭାବରେ ରାଜ୍ୟରେ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା (୭ ରୁ ୨୦ସେମି) ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି।
ବିଶେଷ କରି ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Leave A Reply

Your email address will not be published.