thelifelinemedia
Latest Odisha News, Breaking News Today

ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି ହୋଇଛି। ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ

ନୂଆଦିଲ୍ଲୀ:ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଛନ୍ତି ନିର୍ବାଚନ କମିଶନ।ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି ହୋଇଛି। ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ। ସେହିପରି ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ ।

ଅନ୍ୟପଟେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି। ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ। ଓଡ଼ିଶା ପରିପ୍ରେକ୍ଷୀରେ ଏଥର ରାଜ୍ୟସଭା ନିର୍ବାଚନ ବେଶ୍ ରୋଚକ ହେବାକୁ ଯାଉଛି।

Leave A Reply

Your email address will not be published.