thelifelinemedia
Latest Odisha News, Breaking News Today

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ରହିଛି ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ

ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି। ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେହିପରି୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୫ ଦିନିଆ ଓଡ଼ିଶା ଗସ୍ତରେ ରହିଛି ବିଭିନ୍ନ କାର୍ଯ୍ୟକ୍ରମ। ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତକୁ ନେଇ କାର୍ଯ୍ୟସୂଚୀ ସାମ୍ନାକୁ ଆସିଛି।ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି। ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେହିପରି୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡିଛି।

ରାଷ୍ଟ୍ରପତିଙ୍କ ଏହି ଗସ୍ତସୂଚୀ ଆସିବା ପରେ ଗସ୍ତକୁ ନେଇ ତମାମ ବ୍ୟବସ୍ଥା କରାଯିବାକୁ ନେଇ ଆସନ୍ତା ଦିନରେ ବୈଠକ ବସିବ। ଏକାଧିକ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା।

Leave A Reply

Your email address will not be published.