ପୁରୀ ଶ୍ରୀ ମନ୍ଦିର ଯିବେ ରାଷ୍ଟ୍ରପତି: ମନ୍ଦିର ଦର୍ଶନକୁ ନେଇ ଶ୍ରୀ ମନ୍ଦିର ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି
ସିଂହଦ୍ୱାର ଠାରେ ରାଷ୍ଟ୍ରପତିଙ୍କୁ ଗଜପତି ମହାରାଜା ସ୍ବାଗତ କରିବେ। ଗର୍ଭଗୃହ ଭିତରକୁ ଯାଇ ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ସେଦିନ ସକାଳ ୪ଟା ସୁଦ୍ଧା ଜୟ ବିଜୟ ଦ୍ୱାର ଫିଟା ନୀତି କରାଯିବ
ପୁରୀ: ଓଡିଶା ଗସ୍ତ ସମୟରେ ଶ୍ରୀ ଜୀଉଙ୍କ ଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଶ୍ରୀ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବେ ରାଷ୍ଟ୍ରପତି।ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।ଫେବ୍ରୁଆରୀ ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ପିଣ୍ଡଦାନ କରିବେ।ପିଣ୍ଡ ଦାନ ପରେ ୭ଟା ୪୦ରେ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ।
ସିଂହଦ୍ୱାର ଠାରେ ରାଷ୍ଟ୍ରପତିଙ୍କୁ ଗଜପତି ମହାରାଜା ସ୍ବାଗତ କରିବେ। ଗର୍ଭଗୃହ ଭିତରକୁ ଯାଇ ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ସେଦିନ ସକାଳ ୪ଟା ସୁଦ୍ଧା ଜୟ ବିଜୟ ଦ୍ୱାର ଫିଟା ନୀତି କରାଯିବ। ସୁରକ୍ଷା ଦୃଷ୍ଟି କୋଣରୁ ସକାଳ ୬ଟା ସୁଦ୍ଧା ଶ୍ରୀମନ୍ଦିର ଶୋଧ କରାଯିବ। କୌଣସି ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ।ସକାଳ ୮ଟା ୨୦ ସୁଦ୍ଧା ଦର୍ଶନ ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରିବେ ବୋଲି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।