thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୨ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୫୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

Leave A Reply

Your email address will not be published.