thelifelinemedia
Latest Odisha News, Breaking News Today

ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବିଧାନସଭାରେ ବଜେଟ୍‌ ଉପସ୍ଥାପନ:୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍‌

୬ଲକ୍ଷ ପାଇବେ ମଧୁବାବୁ ପେନସନ୍। ବଜେଟ ଅଭିଭାଷଣରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ବାର୍ଦ୍ଧକ୍ୟ କି ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡ଼ିବନି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଆଗାମୀ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ ହୋଇଛି ।ବଜେଟରେ ମହିଳାଙ୍କୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଘୋଷଣା ହୋଇଛି ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା। ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ।

ସେହିପରି ଆଉ ୬ଲକ୍ଷ ପାଇବେ ମଧୁବାବୁ ପେନସନ୍। ବଜେଟ ଅଭିଭାଷଣରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ବାର୍ଦ୍ଧକ୍ୟ କି ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡ଼ିବନି। ମଧୁବାବୁ ପେନ୍‌ସନ ଯୋଜନା’ରେ ସମସ୍ତ ଯୋଗ୍ୟଙ୍କୁ ସାମିଲ୍ କରାଯିବ। ହିତାଧିକାରୀ ମଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନି। ବାଦ୍‌ ପଡ଼ିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟଙ୍କୁ ପେନସନ ମିଳିବ। ପୂର୍ବ ସରକାର ଏନେଇ ଅନ୍ୟାୟ କାର୍ଯ୍ୟ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.