thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୨ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୭୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାର ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave A Reply

Your email address will not be published.