thelifelinemedia
Latest Odisha News, Breaking News Today

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ: ପାସ୍ ହାର ୯୫.୩୩ %

୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ । ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ ରହିଛି। ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ । B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି Cରେ ୧,୨୯,୮୧୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ। Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଅନ୍ୟପଟେ ଜୁଲାଇରେ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ସପ୍ଲିମେଣ୍ଟାରୀ। ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଚଳିତ ମାସ ୮ରୁ ୧୮ ତାରିଖ ମଧ୍ୟରେ ଫର୍ମ ପୂରଣଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା, ଅଗଷ୍ଟ ପ୍ରଥମ ସପ୍ତାହରେ ରେଜଲ୍ଟବାହାରିବା ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.