thelifelinemedia
Latest Odisha News, Breaking News Today

ବୈତରଣୀ କୂଳ ଲଂଘୁଛି, ମନ୍ତ୍ରୀ କହିଲେ, ରାଜ୍ୟରେ ବନ୍ୟା ସ୍ଥିତି ନିୟନ୍ତ୍ରଣରେ ଅଛି

ଉଦ୍ଧାର ଓ ସ୍ଥାନାନ୍ତରଣ ବ୍ୟବସ୍ଥା, ଆଶ୍ରୟସ୍ଥଳ ପରିଚାଳନା, ରିଲିଫ ସାମଗ୍ରୀର ମହଜୁଦ ଏବଂ ଉଦ୍ଧାରକାରୀ ଦଳର ନିୟୋଜନ ସମ୍ପର୍କରେ ସବିଶେଷ ସମୀକ୍ଷା

ଭୁବନେଶ୍ୱର: ଲଗାଣ ବର୍ଷାରୁ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଉଛି। ଫଳରେ ନଦୀ ଅବବାହିକାରେ ବନ୍ୟାସ୍ଥିତି ହେବା ଆଶଙ୍କା ସୃଷ୍ଟି ହୋଇଛି। ତେବେ ଆଜି ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତିର ଉଚ୍ଚସ୍ତରୀୟ ସମୀକ୍ଷା କରିବା ପରେ କହିଛନ୍ତି, ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ ରହିଛି। କୌଣସି ପ୍ରକାାର ବିପଦ ନିମନ୍ତେ ସରକାର ପ୍ରସ୍ତୁତ ଅଛନ୍ତି।

ଆଜି (ସୋମବାର) ରାଜୀବ ଭବନଠାରେ ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ବିଭାଗ ପକ୍ଷରୁ ମିଳିଥିବା ସୂଚନାରେ, ବର୍ତ୍ତମାନ ମହାନଦୀ, ଦେବୀ, ଜଳକା, କୁଶଭଦ୍ରା, ଋଷିକୁଲ୍ୟା, ଇବ୍ ଆଦି ନଦୀର ଜଳସ୍ତର ବିପଦ ସ୍ତରଠୁଁ କମ୍ ଅଛି। ବୈଠକରେ ବୈତରଣୀ ନଦୀର ବର୍ତ୍ତମାନ ଜଳସ୍ତର, ଆଶଙ୍କା କରାଯାଉଥିବା ବନ୍ୟା ପରିସ୍ଥିତି, ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳ ଓ ଜନସଂଖ୍ୟା, ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତି, ଉଦ୍ଧାର ଓ ସ୍ଥାନାନ୍ତରଣ ବ୍ୟବସ୍ଥା, ଆଶ୍ରୟସ୍ଥଳ ପରିଚାଳନା, ରିଲିଫ ସାମଗ୍ରୀର ମହଜୁଦ ଏବଂ ଉଦ୍ଧାରକାରୀ ଦଳର ନିୟୋଜନ ସମ୍ପର୍କରେ ସବିଶେଷ ସମୀକ୍ଷା କରାଯାଇଥିଲା ।

Leave A Reply

Your email address will not be published.