thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୩୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave A Reply

Your email address will not be published.