thelifelinemedia
Latest Odisha News, Breaking News Today

ଛାତ୍ର ସଂସଦ ନିର୍ବାଚନ’ ଗଣତନ୍ତ୍ରର ମୂଳଦୁଆ, ଭବିଷ୍ୟତର ନେତୃତ୍ବ ଗଠନର ଏକ ମୁଖ୍ୟ ମାଧ୍ୟମ:ମୁଖ୍ୟମନ୍ତ୍ରୀ

ଆଜି କ୍ୟାମ୍ପସରେ ଆପଣମାନେ ଯେଉଁ ମୂଲ୍ୟବୋଧ, ଶୃଙ୍ଖଳା ଓ ଆଦର୍ଶର ଅଭ୍ୟାସ କରିବେ, ତାହା ଆଗାମୀ ଦିନରେ ଆମ ରାଜ୍ୟ ତଥା ଦେଶକୁ ଏକ ନୂତନ ଦିଗ୍‌ଦର୍ଣନ ଦେବ

ଭୁବନେଶ୍ୱର: ରାଜ୍ୟରେ ଆଜି ‘ଛାତ୍ର ସଂସଦ ନିର୍ବାଚନ’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସେ କହିଛନ୍ତି, ଛାତ୍ର ସଂସଦ ନିର୍ବାଚନ କେବଳ ପ୍ରତିନିଧି ବାଛିବାର ଏକ ପ୍ରକ୍ରିୟା ନୁହେଁ, ବରଂ ଏହା ଗଣତନ୍ତ୍ରର ମୂଳଦୁଆ। ଏହା ହେଉଛି ଭବିଷ୍ୟତର ନେତୃତ୍ବ ଗଠନର ଏକ ମୁଖ୍ୟ ମାଧ୍ୟମ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି କ୍ୟାମ୍ପସରେ ଆପଣମାନେ ଯେଉଁ ମୂଲ୍ୟବୋଧ, ଶୃଙ୍ଖଳା ଓ ଆଦର୍ଶର ଅଭ୍ୟାସ କରିବେ, ତାହା ଆଗାମୀ ଦିନରେ ଆମ ରାଜ୍ୟ ତଥା ଦେଶକୁ ଏକ ନୂତନ ଦିଗ୍‌ଦର୍ଣନ ଦେବ। ତେଣୁ କୌଣସି ପ୍ରକାରର ହିଂସା, ଗୁଜବ ବା ବିଭେଦର ଶିକାର ନହୋଇ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ଏହି ନିର୍ବାଚନରେ ସାମିଲ ହୁଅନ୍ତୁ।

ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ବବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଗୁରୁବାର ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ଜାରି ରହିଛି। ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଦାନ ପ୍ରକ୍ରିୟା ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବ। ଏଥିରେ ସାମିଲ ହୋଇ ଲକ୍ଷାଧିକ ଛାତ୍ରଛାତ୍ରୀ ସେମାନଙ୍କ ନେତା ଚୟନ କରିବେ।

Leave A Reply

Your email address will not be published.