ଅକ୍ଟୋବର 29 ରେ ବାତ୍ୟା ! ବିଦେଶୀ ପାଣିପାଗ ମଡେଲର ବାତ୍ୟା ଆକଳନ, ୨୩ ସୁଦ୍ଧା ଲଘୁଚାପ ସୃଷ୍ଟି
ଆସନ୍ତା ୨୩ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଥାଇଲ୍ୟାଣ୍ଡ ଓ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି କି, ଥାଇଲ୍ୟାଣ୍ଡ ଉପସାଗର ଏବଂ ଏହାର ସଲଗ୍ନ ଥାଇଲାଣ୍ଡ ଏବଂ ମିଆଁମାର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି
ଭୁବନେଶ୍ୱର: ପୁଣି ଡରାଇଲା ବାତ୍ୟା। ବଙ୍ଗୋପସାଗରରେ ଅକ୍ଟୋବର ୨୩ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୧୦୦ କିମି ପର୍ଯ୍ୟନ୍ତ ହୋଇପାରେ ବୋଲି ପାଣିପାଗ ପୂର୍ବାଭାସ କୁହାଯାଉଛି।ପାଣିପାଗ ମଡ଼େଲ ଅନୁସାରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେଲେ ଘଣ୍ଟାପ୍ରତି ପ୍ରାୟ ୧୦୦ କିମି ବେଗରେ ପବନ ବହିପାରେ।
ସୂଚନା ଥାଉକି, ଆସନ୍ତା ୨୩ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଥାଇଲ୍ୟାଣ୍ଡ ଓ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି କି, ଥାଇଲ୍ୟାଣ୍ଡ ଉପସାଗର ଏବଂ ଏହାର ସଲଗ୍ନ ଥାଇଲାଣ୍ଡ ଏବଂ ମିଆଁମାର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଜି ଉତ୍ତର ଆଣ୍ଡାମାନ ସାଗରକୁ ପ୍ରବେଶ କରିପାରେ । ପରେ ୨୩ ତାରିଖ ବେଳକୁ ଏହା ଘନୀଭୂତ ହୋଇ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ଆଗକୁ ଘନୀଭୂତ ହେବ ନା ନାହିଁ ସେନେଇ କୌଣସି ପୂର୍ବାନୁମାନ କରିନାହିଁ ଆଇଏମଡି।