ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ସମସ୍ତ ବିଭାଗ ସଜାଗ: ଜନସାଧାରଣଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା
ବାତ୍ୟା ଯୋଗୁଁ ପ୍ରଭାବିତ ହୋଇପାରୁଥିବା ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ବିଦ୍ୟୁତ୍, ପାନୀୟ ଜଳ ଓ ଯୋଗାଯୋଗ ବ୍ୟବସ୍ଥାର ତୁରନ୍ତ ପୁନରୁଦ୍ଧାର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି
ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ର ସ୍ଥିତି ଓ ଏହାର ମୁକାବିଲା ପାଇଁ ଚାଲିଥିବା ପ୍ରସ୍ତୁତି ନେଇ ଆଜି SRC କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ସମୟରେ ଲୋକଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଉଦ୍ଧାରକାରୀ ଦଳ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖିବା ସହ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ତୁରନ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବାତ୍ୟା ଯୋଗୁଁ ପ୍ରଭାବିତ ହୋଇପାରୁଥିବା ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ବିଦ୍ୟୁତ୍, ପାନୀୟ ଜଳ ଓ ଯୋଗାଯୋଗ ବ୍ୟବସ୍ଥାର ତୁରନ୍ତ ପୁନରୁଦ୍ଧାର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ପ୍ରଭାବିତ ଲୋକଙ୍କ ନିକଟରେ ସମୟୋଚିତ ସହାୟତା ପହଞ୍ଚାଇବା ସହ ସ୍ୱାଭାବିକ ଜୀବନଯାତ୍ରାକୁ ଯଥାଶୀଘ୍ର ଫେରାଇ ଆଣିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ବାତ୍ୟା ମୁକାବିଲା ପାଇଁ ସମସ୍ତ ସମ୍ପୃକ୍ତ ବିଭାଗକୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।