thelifelinemedia
Latest Odisha News, Breaking News Today

ରାଜ୍ୟରେ ୧୯ରୁ ୨୨ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ: ଭିଜିବ ଦକ୍ଷିଣ ଓଡିଶା

ବାତ୍ୟା ‘ଅକଭାନ’ (Cyclone Akvan) ପ୍ରଭାବରେ ନଭେମ୍ବର ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି

ଭୁବନେଶ୍ୱର: ରାଜ୍ୟରେ ୧୯-୨୦ ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ, ପୁରୀ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି। ସେହିପରି ୨୦-୨୧ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ହେବ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅକଭାନ’ (Cyclone Akvan) ପ୍ରଭାବରେ ନଭେମ୍ବର ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ନଭେମ୍ବର ୨୦ ତାରିଖରେ ଏହି ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବାବେଳେ ଓଡ଼ିଶାର ଦକ୍ଷିଣ, ଉପକୂଳ ଏବଂ ପଶ୍ଚିମାଞ୍ଚଳ ଜିଲ୍ଲାଗୁଡ଼ିକରେ ଏହାର ବଡ଼ ପ୍ରଭାବ ପଡ଼ିବ।ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ (Yellow Alert) ଜାରି ହୋଇଛି। ଏହାସହ ଉପକୂଳବର୍ତ୍ତୀ ଅନ୍ୟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ବାତ୍ୟା ପ୍ରଭାବରେ ବର୍ଷା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଆଡ଼କୁ ମୁହାଁଇବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.