thelifelinemedia
Latest Odisha News, Breaking News Today

ସମ୍ଭାବ୍ୟ ବାତ୍ୟା ଯୋଗୁଁ ମାଲକାନଗିରିରେ ଦୁଇ ଦିନ ସ୍କୁଲ ଛୁଟି: ୧୮ରୁ ୨୧ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳ ବର୍ଷା

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ନଭେମ୍ବର ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାଓ ପବନ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତା ନଭେମ୍ବର ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ଜିଲ୍ଲାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକଭାନ’ର ମୁକାବିଲା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଏନେଇ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ଆଭାସୀ ମାଧ୍ୟମରେ ଏକ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହେବା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକାଧିକ କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି। ବାତ୍ୟା ସମୟରେ ଜିଲ୍ଲାରେ ଯେପରି କୌଣସି ଧନଜୀବନ ହାନି ନଘଟେ ଏବଂ ‘ଶୂନ୍ୟ ମୃତାହତ’ ଲକ୍ଷ୍ୟ ହାସଲ ହୋଇପାରିବ, ସେଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ନଭେମ୍ବର ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାଓ ପବନ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତା ନଭେମ୍ବର ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ଜିଲ୍ଲାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ତେବେ ବିଦ୍ୟାଳୟଗୁଡ଼ିକ ବାତ୍ୟା ଆଶ୍ରୟସ୍ଥଳୀ ଭାବେ ବ୍ୟବହୃତ ହେବାକୁ ଥିବାରୁ ସମସ୍ତ ପ୍ରଧାନଶିକ୍ଷକ,ଶିକ୍ଷକ,ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନବାଡ଼ି କର୍ମୀମାନେ ନିୟମିତ ଭାବେ ନିଜ ନିଜ ମୁଖ୍ୟାଳୟରେ ଉପସ୍ଥିତ ରହି ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.