ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା: ୨ ଦିନ ରାଜ୍ୟରେ ଭୀଷଣ ବର୍ଷା
ବାତ୍ୟା ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ଆରମ୍ଭ ହୋଇସାରିଛି। ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି
ଭୁବନେଶ୍ୱର: ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଅକଭାନ। ଭାରତୀୟ ପାଣିପାଗ ବିଭାଗ (IMD)ର ସଦ୍ୟତମ ସୂଚନା ଅନୁଯାୟୀ, ଭୀଷଣ ସାମୁଦ୍ରିକ ବାତ୍ୟା ‘ଅକଭାନ’ (Akvan) ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୦ ତାରିଖ ମଧ୍ୟାହ୍ଣ ସୁଦ୍ଧା ଓଡ଼ିଶାର ଗୋପାଳପୁର ପୂର୍ବରେ ଅତି ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏଥି ପାଇଁ ରେଡ ୱାର୍ଣ୍ଣିଂ ରେ ରହିଛି ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲା।ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସହ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ବହିବାର ଆଶଙ୍କା ରହିଛି।
ବାତ୍ୟା ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ଆରମ୍ଭ ହୋଇସାରିଛି। ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ପକ୍ଷରୁ ତଳିଆ ଅଞ୍ଚଳରୁ ୪୬,୦୦୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ଏଥିସହ ଗଞ୍ଜାମ ଜିଲ୍ଲା ସମେତ ପ୍ରଭାବିତ ହେବାକୁ ଥିବା ଅଞ୍ଚଳଗୁଡ଼ିକରେ ଏନଡିଆରଏଫ୍ (NDRF), ଓଡ୍ରାଫ୍ (ODRAF) ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଥିବା କରାଯାଇଛି।