ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା ଅକଭାନ:ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁଥିଲା
ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି । ବିଶେଷକରି ଗୋପାଳପୁର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଅଧିକ ପ୍ରଭାବିତ ହୋଇଛି
ଭୁବନେଶ୍ୱର:ବାତ୍ୟା ‘ଅକଭାନ’ ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି।ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁଥିଲା।ଲ୍ୟାଣ୍ଡଫଲ୍ ପରେ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନର ପ୍ରଭାବ ରହିଛି। ବାତ୍ୟା ପାଇଁ ୩ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା।
ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି । ବିଶେଷକରି ଗୋପାଳପୁର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଅଧିକ ପ୍ରଭାବିତ ହୋଇଛି।ତେବେ ସ୍ଥଳଭାଗ ଅତିକ୍ରମ କରିବା ପରେ ମଧ୍ୟ ବାତ୍ୟାର ପ୍ରଭାବ ସମ୍ପୂର୍ଣ୍ଣ ଶେଷ ହୋଇନାହିଁ । ପବନ ଓ ବର୍ଷାକୁ ନେଇ ଲୋକଙ୍କୁ ସତର୍କ ରହିବାକୁ ପଡ଼ିବ । ପ୍ରଶାସନର ନିର୍ଦ୍ଦେଶ ମାନିବା ସହ ଅତି ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବାକୁ ପରାମର୍ଶ।