thelifelinemedia
Latest Odisha News, Breaking News Today

୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଜି ଠାରୁ ୪ ଅକ୍ଟୋବର ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

୩୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।
ତେବେ, ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.